ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣା ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି, ଆସିଲା ରେଳମନ୍ତ୍ରୀଙ୍କ ପ୍ରତିକ୍ରିୟା

କୋଲକାତା : ପଶ୍ଚିମବଙ୍ଗରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି ପାଇଛି । ଏହି ଦୁର୍ଘଟଣାରେ ପ୍ରାୟ ୨୫ ଲୋକ ଆହତ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଏନଜେପିରୁ ସିଆଲଦା ଅଭିମୁଖେ ଯାଉଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ ସିଲିଗୁଡ଼ି ଅତିକ୍ରମ କରିବା ପରେ ରଙ୍ଗପନୀର ଷ୍ଟେସନ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରେନ୍ ର ପଛଭାଗରେ ଥିବା ୩ଟି ବଗି ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୭ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣାରେ ମାଲବାହୀ ଟ୍ରେନର ଲୋକୋ ପାଇଲଟଙ୍କ ମଧ୍ୟ ମୃତ୍ୟୁ ଘଟିଛି।

ରେଳବାଇପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦୁର୍ଘଟଣାରେ ୨ଟି ପାସେଞ୍ଜର ବଗି ଓ ଗୋଟିଏ ପାର୍ସଲ ବଗି କ୍ଷତିଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇପାରନ୍ତି ବୋଲି କୁହାଯାଉଛି। ଘଟଣାସ୍ଥଳରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ହସ୍ପିଟାଲକୁ ସତର୍କ ରଖାଯାଇଛି।

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ଲେଖିଛନ୍ତି, “ଏନଏଫଆର ଜୋନରେ ଏକ ଦୁର୍ଭାଗ୍ୟଜନକ ଦୁର୍ଘଟଣା ଘଟିଛି । ଯୁଦ୍ଧକାଳୀନ ସ୍ତରରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ରେଳବାଇ, ଏନଡିଆରଏଫ ଓ ଏସଡିଆରଏଫ ମିଳିତ ଭାବେ କାମ କରୁଛନ୍ତି । ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

 

ସମ୍ବନ୍ଧିତ ଖବର