କ’ଣ ଏକ ବର୍ଷର ପିଲାଙ୍କ ପାଇଁ ଟ୍ରେନରେ ଲାଗିବ ଟିକେଟ୍ ? ଜାଣନ୍ତୁ ଏହି ଭାଇରାଲ୍ ମେସେଜ୍ ବିଷୟରେ…

ନୂଆଦିଲ୍ଲୀ: ଭାରତୀୟ ରେଳପଥ ସହାୟତାରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଯାତ୍ରା କରିଥାନ୍ତି । ଏହାରି ମଧ୍ୟରେ ଏକ ନୂଆ ନିୟମ ଲାଗୁ ହୋଇଛି ବୋଲି ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ସେ ଅନୁସାରେ ଏବେ ପାଞ୍ଚ ବର୍ଷରୁ କମ୍ ପିଲାଙ୍କ ପାଇଁ ମଧ୍ୟ ଟ୍ରେନରେ ଲାଗିବ ଟିକେଟ୍ । ଅନ୍ୟ ଏକ ସୂତ୍ରରୁ ଜଣାପଡ଼ିଛି ଯେ ଏକ ବର୍ଷର ଶିଶୁ ପାଇଁ ମଧ୍ୟ ଟ୍ରେନରେ ଟିକେଟ୍ ନିଆଯାଇଛି । ଏ ନେଇ ପିଆଇବି ଫ୍ୟାକ୍ଟ ଚେକ୍ ଏହି ଭାଇରାଲ୍ ମେସେଜର ସତ କ’ଣ ଜଣାଇଛି।

ଭାଇରାଲ୍ ଦାବି ଉପରେ ପିଆଇବି ଫ୍ୟାକ୍ଟ ଚେକ୍ କ’ଣ କହିଲା ?

ନିକଟରେ କିଛି ଗଣମାଧ୍ୟମ ରିପୋର୍ଟରେ ଦର୍ଶା ଯାଇଥିଲା ଯେ ଟ୍ରେନ୍‌ରେ ଯାତ୍ରା କରୁଥିବା ପିଲା ମାନଙ୍କ ପାଇଁ ଟିକେଟ୍ ବୁକିଂ ନେଇ ଭାରତୀୟ ରେଳ ନିୟମକୁ ପରିବର୍ତ୍ତନ କରି ଦେଇଛି । ଏହି ରିପୋର୍ଟଗୁଡିକରେ ଦାବି କରା ଯାଇଥିଲା ଯେ, ଏବେ ଏକରୁ ଚାରି ବର୍ଷ ପର୍ଯ୍ୟନ୍ତ ବୟସର ପିଲାଙ୍କ ନିମନ୍ତେ ଟ୍ରେନ୍‌ରେ ଯାତ୍ରା କରିବା ପାଇଁ ଟିକେଟ୍ କରିବାକୁ ପଡିବ ।

ଏହି ଖବର ବିଭ୍ରାନ୍ତିକର ଅଟେ । ଏହା ସୂଚିତ କରା ଯାଇଛି ଯେ, ଟ୍ରେନ୍‌ରେ ଯାତ୍ରା କରୁଥିବା ପିଲାମାନଙ୍କ ପାଇଁ ଟିକେଟ୍ ବୁକିଂ ନେଇ ଭାରତୀୟ ରେଳବାଇ କୌଣସି ପରିବର୍ତ୍ତନ ଆଣି ନାହିଁ । ଯାତ୍ରୀ ମାନଙ୍କର ଚାହିଦା ଅନୁଯାୟୀ, ଟିକେଟ୍ କିଣିବା ପାଇଁ ଏବଂ ୫ ବର୍ଷରୁ କମ୍ ପିଲାମାନଙ୍କ ନିମନ୍ତେ ବର୍ଥ ବୁକ୍ କରିବା ପାଇଁ ସେମାନଙ୍କୁ ଏକ ବିକଳ୍ପ ଦିଆ ଯାଇଛି । ଯଦି ସେମାନେ ଏକ ପୃଥକ୍ ବର୍ଥ ଚାହୁଁ ନାହାନ୍ତି, ତେବେ ଏହା ମାଗଣା ରହିଛି, ଯେଉଁ ଭଳି ପୂର୍ବରୁ ରହି ଆସିଛି ।

ରେଳ ମନ୍ତ୍ରଣାଳୟର ତା ୦୬.୦୩.୨୦୨୦ରିଖର ଏକ ବିଜ୍ଞପ୍ତିରେ ଦର୍ଶା ଯାଇଥିଲା ଯେ, ପାଂଚ ବର୍ଷରୁ କମ୍ ବୟସର ପିଲାମାନଙ୍କୁ ମାଗଣାରେ ଟ୍ରେନ୍ ଯାତ୍ରା କରିବାକୁ ଦିଆଯିବ । କିନ୍ତୁ, ଅଲଗା ବର୍ଥ କିମ୍ବା ଆସନ (ଚେୟାର କାର୍‌) ଦିଆଯିବ ନାହିଁ । ତେଣୁ ପୃଥକ୍ ବର୍ଥ ଦାବି ନ ହେଲେ କୌଣସି ଟିକେଟ୍ କ୍ରୟ କରିବା ଆବଶ୍ୟକ ନାହିଁ । ଯଦି କେହି ୫ ବର୍ଷରୁ କମ୍ ବୟସର ପିଲା ମାନଙ୍କ ନିମନ୍ତେ ସ୍ୱେଚ୍ଛାକୃତ ଭାବରେ ବର୍ଥ / ସିଟ୍ ନେବାକୁ ଚାହାନ୍ତି, ତେବେ ପୂର୍ଣ୍ଣ ବୟସ୍କଙ୍କ ନିମନ୍ତେ ଉଦ୍ଦିଷ୍ଟ ଭଡା ଆଦାୟ କରାଯିବ ।

ସମ୍ବନ୍ଧିତ ଖବର