ବିଜୟ ଦିବସରେ ୧୯୭୧ ଯୁଦ୍ଧର ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧର ୪୬ ବର୍ଷ ପୂର୍ତ୍ତି ଅବସରରେ ଭାରତୀୟ ସେନାବାହିନୀ ଆଜି ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ବିଜୟ ଉତ୍ସବ ମନାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ, ସ୍ଥଳସେନା ମୁଖ୍ୟ ବିପିନ ରାଓ୍ଵତ, ନୌସେନା ମୁଖ୍ୟ ସୁନୀଲ ଲାଁବା ଏବଂ ବାୟୁସେନା ମୁଖ୍ୟ ମାର୍ସାଲ ବୀରେନ୍ଦ୍ର ସିଂହ ଧନୋଆ ପ୍ରମୁଖ ଅମର ଯବାନ ଜ୍ୟୋତିରେ ସହିଦ ଯବାନମାନଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଧ୍ୟ ଟ୍ଵିଟ୍‌ ମାଧ୍ୟମରେ ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ସମ୍ବନ୍ଧିତ ଖବର