ଓଓ୍ଵାସିଙ୍କ ର‍୍ୟାଲିରେ ‘ପାକିସ୍ତାନ ଜିନ୍ଦାବାଦ୍‌’ ସ୍ଲୋଗାନ୍‌ ଦେଇଥିବା ଯୁବତୀଙ୍କୁ ମିଳିଲା ନାହିଁ ଜାମିନ

‘ପାକିସ୍ତାନ ଜିନ୍ଦାବାଦ୍‌’ ସ୍ଲୋଗାନ୍‌ ଦେଇଥିବା ଅମୂଲ୍ୟାଙ୍କର ରହିଛି ନକ୍ସଲ୍ ସଂପୃକ୍ତି : ବି ଏସ୍ ୟେଦିୟୁରପ୍ପା

Image Source: India Today

ବେଙ୍ଗାଲୁରୁ: ବେଙ୍ଗାଲୁରୁରେ ଆୟୋଜିତ ‘ସିଏଏ’ ବିରୋଧୀ ର‍୍ୟାଲିରେ ‘ପାକିସ୍ତାନ ଜିନ୍ଦାବାଦ୍‌’ ସ୍ଲୋଗାନ୍‌ ଦେଇଥିବା ଜଣେ ଯୁବତୀଙ୍କୁ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ଜାମିନ୍‌ ଦେଇନାହାନ୍ତି। ତେଣୁ ତାଙ୍କୁ ତିନି ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ଅମୂଲ୍ୟା ଲେଓନା ନାମକ ସେ ଯୁବତୀଙ୍କୁ ସୋମବାର ଦିନ ସ୍ଥାନୀୟ ଅଦାଲତରେ ହାଜର କରାଯିବ। ତାଙ୍କ ନାମରେ ଭାରତୀୟ ଦଣ୍ଡବିଧି ଆଇନର ଧାରା ୧୨୪-ଏ ଆଧାରରେ ମାମଲା ରୁଜୁ କରାଯାଇଛି।

publive-image Image Source: Firstpost

ପ୍ରାପ୍ତ ସୂଚନା ଅନୁସାରେ, ଗୁରୁବାର ଦିନ ‘ଏଆଇଏମ୍‌ଆଇଏମ୍‌’ର ମୁଖ୍ୟ ଅସାଦୁଦ୍ଦିନ୍‌ ଓଓ୍ଵାସୀଙ୍କ ଦ୍ୱାରା ଆୟୋଜିତ ‘ସିଏଏ’ବିରୋଧୀ ର‍୍ୟାଲିରେ ସେ ‘ପାକିସ୍ତାନ ଜିନ୍ଦାବାଦ୍‌’ ସ୍ଲୋଗାନ୍‌ ଦେଇଥିଲେ। ଅମୂଲ୍ୟାଙ୍କ ଘର କର୍ଣ୍ଣାଟକର ଚିକ୍‌ମାଗାଲୁର ଅଞ୍ଚଳରେ। ଅମୂଲ୍ୟାଙ୍କର ଏଭଳି କାର୍ଯ୍ୟକୁ ତାଙ୍କ ବାପା ନାପସନ୍ଦ କରି କହିଛନ୍ତି ଯେ ‘ସିଏଏ’ ବିରୋଧୀ ର‍୍ୟାଲିରେ ତାଙ୍କ ଝିଅ ଯାହା କହିଛି ତାହା ସମ୍ପୂର୍ଣ୍ଣ ଭୁଲ୍‌।

ଏଥିରେ ପ୍ରତିକ୍ରିୟା ପ୍ରକାଶ କରି ଓଓ୍ଵାସି କହିଛନ୍ତି ଯେ ମୁଁ ଏଭଳି କାର୍ଯ୍ୟକୁ ନିନ୍ଦା କରୁଛି। ମୁଁ ମଧ୍ୟ ଜାଣିନି, ଏ ଯୁବତୀ କିଏ। ସେତେବେଳେ ତୁରନ୍ତ ତାଙ୍କ ପାଖକୁ ଧାଇଁ ଯାଇ କହିଥିଲି ଯେ ଏ ଭଳି ବାଜେ କଥା ମୁଁ ସହ୍ୟ କରିପାରିବି ନାହିଁ। ଏହା ପରେ ପୁଲିସ ଆସି ତାଙ୍କୁ ନେଇ ଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe