ପୂର୍ବ ବିହାର ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କ ପରଲୋକ

ପାଟନା: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କର ଆଜି ୮୨ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ଶ୍ରୀ ମିଶ୍ର ନୂଆଦିଲ୍ଲୀର ଏକ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ମୃତ୍ୟୁ ହୋଇଯାଇଛି। ସେ ୩ ଥର ବିହାରର ମୁଖ୍ୟମନ୍ତ୍ରୀ ଥିଲେ। ସେ ବିହାରରେ ଶେଷ କଂଗ୍ରେସ ମୁଖ୍ୟମନ୍ତ୍ରୀ ଥିଲେ। କେନ୍ଦ୍ରରେ ସେ ମଧ୍ୟ ଜଣେ କ୍ୟାବିନେଟ୍‌ ମନ୍ତ୍ରୀ ଥିଲେ। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଶ୍ରୀ ମିଶ୍ରଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛନ୍ତି।

ସମ୍ବନ୍ଧିତ ଖବର