ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜୟନ୍ତୀ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କର ୭୫ ତମ ଜନ୍ମବାର୍ଷିକୀ ଅବସରରେ ଆଜି ରାଜୀବ ଗାନ୍ଧୀ ସ୍ମୃତିସ୍ତମ୍ଭ ‘ବୀର ଭୂମି’ରେ ଏକ ପ୍ରାର୍ଥନା ସଭା କରାଯାଇଥିଲା। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୁର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ରାଜୀବ ଗାନ୍ଧୀଙ୍କ ସ୍ମୃତିସ୍ତମ୍ଭରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଅନ୍ୟ ପରିବାର ସଦସ୍ୟଙ୍କ ସହ ରାଜୀବଙ୍କ ସ୍ମୃତିସ୍ତମ୍ଭରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସେହିପରି ଅନ୍ୟ ବରିଷ୍ଠ କଂଗ୍ରେସ ନେତାମାନେ ମଧ୍ୟ ଆଜିର ପ୍ରାର୍ଥନା ସଭାରେ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଟ୍ବିଟ୍‌ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ସମ୍ବନ୍ଧିତ ଖବର