ଅତି ଭୀଷଣ ସାମୁଦ୍ରିକ ବାତ୍ୟାରେ ପରିଣତ ହେବ ୟାସ୍

ଭୁବନେଶ୍ବର : ଗତକାଲି ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଆଜି ଏକ ଲଘୁଚାପରେ ପରିଣତ ହୋଇଛି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯ଼ାଇଛି ।

ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯ଼ାଇଛି ଯ଼େ ଏହା ଆସନ୍ତା କାଲି ଅର୍ଥାତ ୨୩ ତାରିଖ ସକାଳସୁଦ୍ଧା ଏକ ଡିପ୍ରେସନରେ ପରିଣତ ହେବ । ପରଦିନ ଅର୍ଥାତ ୨୪ ତାରିଖ ସୁଦ୍ଧା ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ଏକ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ଓ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ଅତି ଭୀଷଣ ସାମୁଦ୍ରିକ ବାତ୍ୟା ବା ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ । ମେ ୨୬ ତାରିଖ ସକାଳ ବେଳକୁ ଏହା ଉତ୍ତର ବଙ୍ଗୋପସାଗର, ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ହେବ ଓ ସେହିଦିନ ସଂଧ୍ୟାରେ ପଶ୍ଚିମବଙ୍ଗ, ଉତ୍ତରଓଡ଼ିଶା ଓ ବାଂଲାଦେଶ ନିକଟରେ ସ୍ଥଳଭାଗ ଛୁଇଁବ ।

ଏହି ବାତ୍ୟାର ମୁକାବିଲା କରିବାକୁ ଓଡ଼ିଶା ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ରାଜ୍ୟର ୧୦ଟି ଉପକୂଳବର୍ତ୍ତୀ ଜିଲ୍ଲାରେ ହାଇଆଲର୍ଟ ଜାରି କରାଯ଼ିବା ସହ ପ୍ରଶାସନକୁ ସତର୍କ କରିଦିଆଯ଼ାଇଛି ।

ସମ୍ବନ୍ଧିତ ଖବର