Times of India
ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି ଏସ ୟେଦୁରପ୍ପା କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଆଜି ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। କରୋନା ପଜିଟିଭି ଜଣାପଡ଼ିବା ପରେ ୭୭ ବର୍ଷୀୟ ୟେଦୁରପ୍ପାଙ୍କୁ ବେଙ୍ଗାଲୁରୁର ଏକ ଘରୋଇ ଡାକ୍ତରଖାନା ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେ ସୁସ୍ଥ ହେବାପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।
Follow Us