ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ : ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଇକନା ଷ୍ଟାଡିୟମଠାରେ ଅନୁଷ୍ଠିତ ଏକ ସମାରୋହରେ ରାଜ୍ୟପାଳ ଆନନ୍ଦିବେନ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଛନ୍ତି । ଏହା ସହିତ ମୋଟ ୫୨ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ଏମାନଙ୍କ ମଧ୍ୟରେ ୫ ଜଣ ମହିଳା ଅଛନ୍ତି ।

ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ଶାସିତ ରାଜ୍ୟ ସମେତ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ ।

ଗୁରୁବାର ଦିନ ଯୋଗୀ ଆଦିତ୍ୟନାଥଙ୍କୁ ବିଜେପି ବିଧାୟକ ଦଳର ନେତା ଚୟନ କରାଯାଇଥିଲା । ୨ୟ ଥର ପାଇଁ ସେ ଶପଥ ଗ୍ରହଣ କରିଛନ୍ତି । ୨୦୧୭ରେ ସେ ପ୍ରଥମ ଥର ପାଇଁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ ।

 

ସମ୍ବନ୍ଧିତ ଖବର