ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦାବି

Advertisment
ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦାବି

Sri Sri University

ନୂଆଦିଲ୍ଲୀ : ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରିବା ପାଇଁ ଆଜି ରାଜ୍ୟସଭାରେ ବିଜେଡିର ସାଂସଦ ଡଃ ଅମର ପଟ୍ଟନାୟକ ଦାବି କରିଛନ୍ତି।

ରାଜ୍ୟସଭାରେ ସ୍ପେଶାଲ ମେନ୍‌ସନ ଅନ୍ତର୍ଗତ ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ପ୍ରସଙ୍ଗକୁ ଉପସ୍ଥାପନ କରିଥିଲେ। ସେ କହିଥିଲେ, ଚଳିତ ମାସ ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଓଡ଼ିଶୀ ହେରିଟେଜ୍ କ୍ୟାବିନେଟ୍ ଦ୍ୱାରା ପ୍ରସ୍ତାବ ପାରିତ କରାଯାଇ ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟକୁ ୧୯୬୪ରେ ତଥା ୨୦୧୪ରେ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରାଯାଇଛି। ଏହି କ୍ରମରେ ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦିଆଯାଉ ବୋଲି ସାଂସଦ ଶ୍ରୀ ପଟ୍ଟନାୟକ କେନ୍ଦ୍ର ସରକାରଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe