ଲାହୋର: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ସଡ଼କ ଦୁର୍ଘଟଣାରେ ମହିଳା ଏବଂ ଶିଶୁ ସମେତ ଅତି କମରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ମୁତାବକ ପଞ୍ଜାବ ପ୍ରଦେଶର ଜରାନୱାଲାରେ ଏକ ଯାତ୍ରୀବାହୀ ବସ୍ ଏବଂ ଏକ ତିନି ଚକିଆ ଯାନ ମଧ୍ୟରେ ଦୁର୍ଘଟଣା ଘଟିଥିଲା | ଏହାପରେ ବସଟି ନିୟନ୍ତ୍ରଣ ହରାଇ ଘାଟି ତଳକୁ ଖସିପଡିଥିଲା |
ବସ୍ଟି ଜରାନୱାଲାରୁ ଲାହୋର ଯାଉଥିବା ବେଳେ ଏକ ତିନି ଚକିଆ ଗାଡ଼ି ସହିତ ଧକ୍କା ହୋଇଥିଲା। ଏହାପରେ ପରେ ବସ ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ବସଟି ଘାଟି ତଳକୁ ଖସି ଓଲଟି ପଡ଼ିଥିଲା । "ଘଟଣାସ୍ଥଳରେ ଆଠ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଯେଉଁଠାରେ ସେମାନଙ୍କ ମଧ୍ୟରୁ ତିନି ଜଣଙ୍କର ମୃତ୍ୟୁ ହୋଇଥିଲା। ଆଉ ତିନି ଜଣଙ୍କ ଅବସ୍ଥା ଗୁରୁତର ବୋଲି ସୂଚନା ମିଳିଛି |
ସ୍ଥାନୀୟ ପୁଲିସ ଅଧିକାରୀ କହିଛନ୍ତି ଯେ ମୃତକଙ୍କ ମଧ୍ୟରେ ମହିଳା ଏବଂ ପିଲା ମଧ୍ୟ ଅଛନ୍ତି। ପାକିସ୍ତାନର ପଞ୍ଜାବ ପ୍ରଦେଶର ମୁଖ୍ୟମନ୍ତ୍ରୀ ମରିୟମ ନୱାଜ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଆହତମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
,
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/08/04/2025-08-04t120741118z-fd75aef0-5715-43e4-8a08-d66a4506bc64-removebg-preview-2025-08-04-17-37-41.png)
/sambad/media/media_files/2025/04/07/jE2c7FZObhKZD0lKgLgm.jpg)