ଦେଶରେ ୧୭୦ଟି ହଟସ୍ପଟ ଜିଲ୍ଲା, ମାତ୍ର ଗୋଷ୍ଠୀ ସଂକ୍ରମଣ ହୋଇନାହିଁ : ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ : ଦେଶରେ ଏପର୍ଯ୍ୟନ୍ତ କରୋନା ଭାଇରସର ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ପୁଣିଥରେ ସ୍ପଷ୍ଟ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ୱାଲ କହିଛନ୍ତି ଯେ ଦେଶର ସବୁ ଜିଲ୍ଲା ଗୁଡ଼ିକୁ ତିନୋଟି ଭାଗରେ ବିଭକ୍ତ କରାଯାଇଛି, ଯଥା ହଟସ୍ପଟ,ଅଣ-ହଟସ୍ପଟ ଓ ଗ୍ରୀନଜୋନ ।

ହଟସ୍ପଟ ଜିଲ୍ଲାଗୁଡ଼ିକରେ ନିୟମିତଭାବେ ସଂକ୍ରମଣ ମାମଲା ସାମନାକୁ ଆସୁଛି, ଅଣ-ହଟସ୍ପଟ ଗୁଡ଼ିକରେ ଅଳ୍ପ କିଛି ମାମଲା ଦେଖାଦେଉଛି ଓ ଗ୍ରୀନ ଜୋନ ଜିଲ୍ଲାଗୁଡ଼ିକରେ କୌଣସି ମାମଲା ଜଣାପଡ଼ିନାହିଁ ବୋଲି ସେ କହିଛନ୍ତି । ଦେଶରେ ଏବେ ୧୭୦ଟି ଜିଲ୍ଲା ହଟସ୍ପଟ ଓ ୨୬୦ ଟି ଜିଲ୍ଲା ସମ୍ଭାବ୍ୟ ହଟସ୍ପଟ ଭାବେ ଚିହ୍ନଟ କରାଯାଇଛି ବୋଲି ସେ କହିଛନ୍ତି । ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ରାଜ୍ୟ ସରକାରମାନେ ଗାଇଡଲାଇନ ଜାରି କରିଛନ୍ତି ।

ଗତ ୨୪ ଘଣ୍ଟାରେ ଦେଶରେ ୧୧୭୩ଟି ମାମଲା ସାମନାକୁ ଆସିଛି । ଏହା ଫଳରେଦେଶରେ ମୋଟ ସଂକ୍ରମିତ ସଂଖ୍ୟା ୧୧,୪୩୯ରେ ପହଞ୍ଚିଛି । ଏହା ମଧ୍ୟରୁ ୯୭୫୬ଟି ସକ୍ରିୟ ମାମଲା ହୋଇଥିବାବେଳେ ୩୭୭ ଜଣ ମୃତ୍ୟୁବରଣ କରିଛନ୍ତି ଓ ୧୩୦୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ବୋଲି ସେ କହିଛନ୍ତି ।

ସମ୍ବନ୍ଧିତ ଖବର