ଭୁବନେଶ୍ବର: ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର ପରିସରରେ ଦ୍ଵିତୀୟ ଜାତୀୟ ମହାକାଶ ଦିବସ ପାଳିତ ହୋଇଯାଇଛି। ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାକାଶ ବିଜ୍ଞାନ ଉପରେ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଥିଲେ।
ମହାକାଶ ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଯୁବପିଢିଙ୍କୁ ସାମିଲ କରିବା ଏବଂ ପ୍ରେରଣା ଦେବା ଲକ୍ଷ୍ୟରେ ଏହି ଦିବସଟିକୁ ସାରା ଦେଶରେ ପାଳନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ଭୁବନେଶ୍ବରର ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରେ ମହାକାଶ ବିଜ୍ଞାନ ସମ୍ବନ୍ଧୀୟ କୁଇଜ ପ୍ରତିଯୋଗୀତା କରାଯାଇ ୪୫ ଜଣ କୃତୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ପୁରସ୍କୃତ କରିଥିଲେ।