ନାବାଳିକାର ମୃତଦେହ ଉଦ୍ଧାର ଘଟଣା: ପୁଲିସ ଦ୍ବାରା ୩ ଅଟକ, ତଦନ୍ତ ଜାରି

ନବରଂଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁରୁ ନାବାଳିକାର ମୃତଦେହ ଉଦ୍ଧାର ଘଟଣାରେ ପୁଲିସ ୩ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାଯାଇଛି।

tentu

ତେନ୍ତୁଳିଖୁଣ୍ଟି/ ନବରଂଗପୁର: ନବରଂଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁରୁ ନାବାଳିକାର ମୃତଦେହ ଉଦ୍ଧାର ଘଟଣାରେ ପୁଲିସ ୩ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାଯାଇଛି।
 ଗତକାଲି ସଦର ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟସ୍ଥ ଏକ ମୋବାଇଲ ଟାୱାର ପାଚେରୀ ପାର୍ଶ୍ୱରୁ ଜଣେ ୧୦ ବର୍ଷୀୟା ନାବାଳିକାର ମୃତଦେହ ଉଦ୍ଧାର ହୋଇଥିଲା। ନାବାଳିକା ଜଣଙ୍କ ଗତକାଲି ଦିନ ପ୍ରାୟ ଏକ ଘଣ୍ଟିକା ସମୟରେ ଶୌଚ ପାଇଁ ଯାଉଛି କହି ଘରୁ ବାହାରିଥିଲେ। ବହୁ ସମୟ ଧରି ଝିଅ ଘରକୁ ଫେରିନଥିବାରୁ ଘର ଲୋକ ଚିନ୍ତାରେ ପଡ଼ିଥିଲେ। 
ଏହା ପରେ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି ଆରମ୍ଭ କରିଥିଲେ। ଝିଅର ସମସ୍ତ ସାଙ୍ଗସାଥୀ ଏବଂ ପଡ଼ୋଶୀଙ୍କୁ ଯୋଗାଯୋଗ କରିବା ପରେ ମଧ୍ୟ କୌଣସି ସୁଫଳ ମିଳିନଥିଲା। ପରେ ଖୋଜଖୋଜି କରି ରାତି ପ୍ରାୟ ୮ଟା ସମୟରେ ଗ୍ରାମର ମୋବାଇଲ ଟାୱାର ପାଚେରୀ ପାର୍ଶ୍ୱରୁ ଝିଅର ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଝିଅର ଦୁଇ ହାତ ବନ୍ଧା ଯାଇଥିବା ବେଳେ ପାରିପାର୍ଶ୍ଵିକ ସ୍ଥିତିରୁ ଏହା ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ପୁଲିସ ଏବେ ଘଟଣାର ବି ତଦନ୍ତ ଜାରି ରଖିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe