ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ପଜିଟିଭ ସଂଖ୍ୟା ୨୫ ହଜାର ଅତିକ୍ରମ କରିଛି। ଆଜି ମୋଟ୍ ୩୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୮୩ ଜଣ ସଂଗରୋଧ ଓ ୨୩୮ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୫ ହଜାର ୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୧ ହଜାର ୫୪୫ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୩ ହଜାର ୪୯୪ ଜଣ ଆକ୍ରାନ୍ତ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ୧୧୪ ଜଣଙ୍କର ମୃତ୍ୟୁ ହୋଇଛି।
/sambad/media/post_attachments/wp-content/uploads/2020/10/Ej9q3A0VcAIdN0Z-844x1024.jpg)
ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ବରମୁଣ୍ଡା, ପୁରୁଣା ଭୁବନେଶ୍ୱର ଓ ଆଇଗଣିଆରୁ ଆଜି ୫ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଶ୍ରୀ ବିହାର, ଭିଏସଏସ ନଗର, ନୟାପଲ୍ଲୀ, ବମିଖାଲରୁ ୪-୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
/sambad/media/post_attachments/wp-content/uploads/2020/10/Ej9q5A9VoAUasMn-694x1024.jpg)
ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି ପଟିଆ, ରସୁଲଗଡ଼ରୁ ୧୩ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେେଳେ ପୁରୁଣା ଭୁବନେଶ୍ୱରରୁ ୧୨ ଜଣ, ଚନ୍ଦ୍ରଶେଖରପୁର, ବରମୁଣ୍ଡା ଓ ନୟାପଲ୍ଲୀରୁ ୭ ଜଣ ଲେଖାଏଁ, ସୁନ୍ଦରପଦାରୁ ୬ ଜଣ, ଡୁମଡୁମା, ଲକ୍ଷ୍ମୀସାଗର, ୟୁନିଟ-୮ରୁ ୫ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/bbsr-6.jpg)