୨୪ ଘଣ୍ଟାରେ ରାଜ୍ୟରେ ୪୫୭ ନୂଆ ଆକ୍ରାନ୍ତ, ୧୮ ବର୍ଷରୁ କମ୍ ବର୍ଗରୁ ୭୩

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ  ୭୩ ଜଣ ୧୮ ବର୍ଷରୁ କମ ବର୍ଗର ବୋଲି ଜଣାପଡ଼ିଛି । ଏହି ୪୫୭ ଜଣଙ୍କ ମଧ୍ୟରୁ ୨୬୫ ଜଣ କ୍ବାରାଣ୍ଟାଇନରୁ ଓ ୧୯୨ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ସରକାରୀ ତଥ୍ୟରୁ ଜଣାପଡ଼ିଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୨୮ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୪୪ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୧୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ା ଓ କେନ୍ଦୁଝରରୁ ୩ ଜଣ ଲେଖାଏଁ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୧୯ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୪ ଜଣ, ପୁରୀ ଓ ରାୟଗଡ଼ାରୁ ୭ ଜଣ ଲେଖାଏଁ, ସମ୍ୱଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୦,୧୭,୭୧୮ରେ ପହଞ୍ଚିଛି । ଏହା ମଧ୍ୟରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୪୮ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସମ୍ବନ୍ଧିତ ଖବର