ଭୁବନେଶ୍ୱର: ସପ୍ତଦଶ ଲୋକସଭା ଓ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ୪ଟି ପର୍ଯ୍ୟାୟରେ ମତଦାନ ଶେଷ ହୋଇଛି। ସୂତ୍ର ଅନୁସାରେ ଏହି ୪ଟି ପର୍ଯ୍ୟାୟରେ ହାରାହାରି ୭୩.୦୮ ପ୍ରତିଶତ ମତଦାନ ହୋଇଛି।
ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୧୧ରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ଆସନ ଏବଂ ଏହାର ଅନ୍ତର୍ଗତ ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୭୩.୭୬ ପ୍ରତିଶତ ମତଦାନ ହୋଇଛି।
ଦ୍ୱିତୀୟ ପର୍ଯ୍ୟାୟରେ ଏପ୍ରିଲ ୧୮ରେ ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ଆସିକା ଓ କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଏହାର ଅନ୍ତର୍ଗତ ୩୫ଟି ବିଧାନସଭା ଆସନରେ ୭୨.୫୬ ପ୍ରତିଶତ ମତଦାନ ହୋଇଛି।
ସମ୍ବଲପୁର, ଢେଙ୍କାନାଳ, କେନ୍ଦୁଝର, ଭୁବନେଶ୍ୱର, କଟକ ଓ ପୁରୀ ଲୋକସଭା ଆସନ ଏବଂ ଏହାର ଅନ୍ତର୍ଗତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏପ୍ରିଲ ୨୩ରେ ୭୧.୫୨ ପ୍ରତିଶତ ମତଦାନ ହୋଇଛି।
ସେହିପରି ଅନ୍ତିମ ପର୍ଯ୍ୟାୟରେ ଏପ୍ରିଲ ୨୯ରେ ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଏହାର ଅନ୍ତର୍ଗତ ୪୧ଟି ବିଧାନସଭା ଆସନରେ ୭୪.୫୦ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି।