ଭୁବନେଶ୍ବର: ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ପରିଚାଳନା କରିବା ନିମନ୍ତେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୩୨୨୮ଗୋଟି ଜାମିନ ବିହୀନ ପରଓ୍ୱାନା କାର୍ଯ୍ୟକାରୀ ହୋଇଛିା ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୫୪୨୦୪ ଜଣଙ୍କୁ ଅଟକ ରଖାଯାଇଛିା ୫୧୬୫ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛିା ଲାଇସେନ୍ସ ନଥିବା ୨୨୮ଟି ଅସ୍ତ୍ରଶସ୍ତ୍ର ଏବଂ ୧୪୩୩.୦୩୨ କିଲୋଗ୍ରାମ ବିସ୍ପୋରକ ଦ୍ରବ୍ୟ ଜବତ କରାଯାଇଛିା

Advertisment

ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୁଲିସ ସହାୟତାରେ ପ୍ରାୟ ୧୨୬୪୨୦.୫୫୫ ଲିଟର ମଦ ଜବତ କରାଯାଇଛି, ଯାହାର ଆନୁମାନିକ ମୂଲ୍ୟ ୩ କୋଟି ୫୦ ଲକ୍ଷ ୮ ହଜାର ୯୨୨ଟଙ୍କା। ଆଜି ସୁଦ୍ଧା ରାଜ୍ୟରେ ଫ୍ଲାଇଂ ସ୍କ୍ୱାଡ୍ ଏବଂ ପୋଲିସ୍ ଦ୍ୱାରା ୨ କୋଟି ୯୩ ଲକ୍ଷ ୧୯ ହଜାର ୭୫୦ ଟଙ୍କା ଜବତ କରାଯାଇଛିା ଆଦର୍ଶ ଆଚରଣ ବିଧି ଉଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୩୦ ଲକ୍ଷ ୪୩ ହଜାର ୫୭୩ ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛିା

ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍ ଭାବେ ଲାଗିଥିବା ୨ ଲକ୍ଷ ୬୧ ହଜାର ୮୭୬ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛିା ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତ୍ତମାନ ସୁଦ୍ଧା ୮୦୬ ଟି କଲ୍ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛିା ଭୋଟର ହେଲ୍ପ ଲାଇନ୍ ନଂ-୧୯୫୦କୁ ଆଜି ସୁଦ୍ଧା ୧୪୯୦୨ଟି କଲ୍ ମିଳିଛି ଏବଂ ସେସବୁର ସମାଧାନ କରାଯାଇଛିା