ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୮୩, କୋରାପୁଟ ଜିଲ୍ଲାରୁ ସର୍ବାଧିକ ୧୩

ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଜି ୮୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ କୋରାପୁଟ ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୫୮୦ ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଗଂଜା ଓ ମୟୂରଭଂଜ ଜିଲ୍ଲାରୁ ଆଜି ୭-୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଗଂଜାମ, ସନ୍ଦରଗଡ଼ରୁ ୬-୬, କଟକ, ସମ୍ବଲପୁରରୁ ୫-୫, ବଲାଙ୍ଗୀର, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏଁ, ବରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା, ଖୋର୍ଦ୍ଧା, ସୁବର୍ଣ୍ଣପୁର ଜଣେ ଲେଖାଏଁ ଓ ରାଜ୍ୟ ପୁଲ୍‌ରୁ ଜଣେ କରୋନାରୁ ସୁସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ ରାଜ୍ୟରେ ଆଜି ୩୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ସମ୍ବନ୍ଧିତ ଖବର