'ବଦଳି ସ୍ଥାନରେ ତୁରନ୍ତ ଯୋଗଦିଅ, ନହେଲେ ଦରମା କଟିବ'

ଯେଉଁସ୍ଥାନକୁ ବଦଳି ହୋଇଛି, ତୁରନ୍ତ ଯୋଗ ଦିଅ | କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏମିତି ଏକ ଆଦେଶନାମା ଜାରିକରି କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ଉଚିତ

New Project (5)

ଭୁବନେଶ୍ୱର: ଯେଉଁସ୍ଥାନକୁ ବଦଳି ହୋଇଛି, ତୁରନ୍ତ ଯୋଗ ଦିଅ | କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏମିତି ଏକ ଆଦେଶନାମା ଜାରିକରି କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ଉଚିତ ଏବଂ କୌଣସି ପରିସ୍ଥିତିରେ ସରକାରୀ ନିର୍ଦ୍ଦେଶର କାର୍ଯ୍ୟକାରିତାକୁ ସ୍ଥଗିତ ରଖାଯିବ ନାହିଁ।

 ଅଗଷ୍ଟ ୩୧, ୨୦୨୫ ସୁଦ୍ଧା ତାଙ୍କ ନିଯୁକ୍ତ ସ୍ଥାନରେ ଯୋଗଦେବାରେ ବିଫଳ ହେଉଥିବା ଯେକୌଣସି ଅଧିକାରୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଦାୟୀ ରହିବେ ଏବଂ ଏପରି ଅଧିକାରୀମାନଙ୍କର ଦରମା ଆସନ୍ତା ସେପ୍ଟେମ୍ବର ମାସରୁ ବନ୍ଦ କରାଯିବ।

ପୋଷ୍ଟିଂ ଆଦେଶର ପରିବର୍ତ୍ତନ ପାଇଁ ଅନୈତିକ ବାହ୍ୟ ପ୍ରଭାବ ଆଣିବାର ପ୍ରୟାସ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତେଇ ଦିଆଯାଇଛି। ନିର୍ଦ୍ଦେଶାଳୟ, କ୍ଷେତ୍ର ପ୍ରତିଷ୍ଠାନର ମୁଖ୍ୟ, ଅଧିକାରୀମାନଙ୍କୁ ଆଦେଶର ଅନୁପାଳନ ଉପରେ ନଜର ରଖିବାକୁ ଏବଂ କାର୍ଯ୍ୟସ୍ଥଳରେ ଯୋଗଦାନ ନ ଦେଉଥିବା ମାମଲା ଗୁଡ଼ିକୁ ବିଭାଗରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତୃଣମୂଳ ସ୍ତରରେ କାର୍ଯ୍ୟାଳୟଗୁଡ଼ିକର ସୁଗମ କାର୍ଯ୍ୟ ପାଇଁ ଏହି ବିଜ୍ଞପ୍ତି ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe