ଭୁବନେଶ୍ୱରରେ ବିଜେଡି ପ୍ରାର୍ଥୀ ଅନନ୍ତଙ୍କ ଗାଡି ଉପରକୁ ବୋମାମାଡ; ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

Advertisment
ଭୁବନେଶ୍ୱରରେ ବିଜେଡି ପ୍ରାର୍ଥୀ ଅନନ୍ତଙ୍କ ଗାଡି ଉପରକୁ ବୋମାମାଡ; ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର :  ବିଜେଡିର ଭୁବନେଶ୍ୱର ମଧ୍ୟ ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ଗାଡି ଉପରେ  ଆକ୍ରମଣ ହୋଇଛି । ଆଜି ନିର୍ବାଚନ ପ୍ରଚାର ପରେ ଫେରୁଥିବା ବେଳେ ଝାରପଡା କେନାଲ ରୋଡରେ ଅନନ୍ତଙ୍କ ଗାଡି ଉପରେ କିଛି ଦୃବୁର୍ତ୍ତ ଅଚାନକ ଆକ୍ରମଣ କରିଥିଲେ । ଦୁଇଟି ବାଇକରେ ଦୁବୃର୍ତ୍ତ ମାନେ ଆସି ଅନନ୍ତ ଯାଉଥିବା ଗାଡିକୁ ଅଟକାଇବା ପରେ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ । ଏପରିକି ଗାଡି ଉପରକୁ ବମ ପକାଇଥିବା ଅଭିଯୋଗ ଆଣିଛନ୍ତି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନା । ଏହି ଆକ୍ରମଣରେ ଅନନ୍ତ ଗୁରୁତର ଆହତ ହୋଇଛନ୍ତି । ଏଥିରେ ଅନନ୍ତଙ୍କ ହାତ ଓ ମୁଣ୍ଡରେ ଆଘାତ ଲାଗିଛି । ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଛି । ଅନନ୍ତଙ୍କ ସହ ତାଙ୍କ ସହଯୋଗୀ ମଧ୍ୟ ଆହତ ହୋଇଛନ୍ତି ।


ଏହାପୂର୍ବରୁ ଆଜି ଭୁବନେଶ୍ୱର ମଧ୍ୟ ଆସନରୁ ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଗାଡି ଉପରକୁ ବି ବୋମାମାଡ ଅଭିଯୋଗ ସାମ୍ନାକୁ ଆସିଥିଲା । ଏହାକୁ ନେଇ ଧର୍ମେନ୍ଦ୍ରଙ୍କ ନେତୃତ୍ୱରେ ବିଜେପିର ଏକ ଟିମ୍ ନିର୍ବାଚନ ଅଧିକାରୀଙ୍କୁ ଭେଟିଥିଲେ । ଏପରିକି ତୁରନ୍ତ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ଜଣାଇଥିଲେ । ତୃତୀୟ ପର୍ଯ୍ୟାୟରେ ଭୁବନେଶ୍ୱରରେ ନିର୍ବାଚନ ହେବାକୁ ଥିବା ବେଳେ ଲଗାତାର ଯେଉଁଭଳି ଭାବେ ପ୍ରାର୍ଥୀଙ୍କୁ ଆକ୍ରମଣ କରାଯାଉଛି ତାହା ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି ।

ଏହି ଘଟଣା .ନେଇ ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଏକ ପତ୍ର .ଲେଖି ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଗାଡି ଉପରକୁ ବୋମାମାଡ ଅଭିଯୋଗ ପ୍ରସଙ୍ଗରେ  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କର ଲାଏ ଡିଟେକଟର ଜରିଆରେ ପରୀକ୍ଷା କରାଯିବାକୁ ଦାବି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe