ଭୁବନେଶ୍ୱରରୁ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୯ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି କରୋନା ସଂକ୍ରମଣ ସାମାନ୍ୟ କମିଥିବା ଦେଖାଯାଇଛି | ଗତକଲି ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଥିବା ବେଳେ ଆଜି ଏହି ସଂଖ୍ୟା କମିଛି | ଗତକାଲି ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୮୯ ଥିବା ବେଳେ ଆଜି ଏହି ସଂଖ୍ୟା କମିଛି | ହେଲେ ସୁସ୍ଥ ସଂଖ୍ୟା ବଢ଼ିଛି | ଆଜି ଭୁବନେଶ୍ୱରରୁ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଏହା ସହ ଆଜି ଭୁବନେଶ୍ୱରରୁ ୨୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

Image

୩୫୪ ମଧ୍ୟରୁ ସଂଗରୋଧରୁ ୮୨ ଓ ସ୍ଥାନୀୟ ଅଂଚଳରୁ ୨୭୨ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

Image

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୯୯ ହଜାର ୮୬୩ରେ ପହଂଚିଛି । ଏଥିରୁ ୯୬,୬୧୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୮୦୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୨୪୨୨ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି |

ସମ୍ବନ୍ଧିତ ଖବର