ଭୁବନେଶ୍ୱରରୁ ୩୩୪ କରୋନା ଆକ୍ରାନ୍ତ ଚିହ୍ନଟ, ୨୨୯ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରେ ଏବେ କରୋନା ମିଟର ସ୍ଥିର ରହିଛି | ପ୍ରତିଦିନ ୪୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା | ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଥିବା ବେଳେ ଆଜି ଏହି ସଂଖ୍ୟା କମିଛି | ଗତକାଲି ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩୫ ଥିବା ବେଳେ ଆଜି ଏହି ସଂଖ୍ୟା କମିଛି | ଆଜି ଭୁବନେଶ୍ୱରରୁ ୩୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଏହା ସହ ଆଜି ଭୁବନେଶ୍ୱରରୁ ୨୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

Image

୩୩୪ ମଧ୍ୟରୁ ସଂଗରୋଧରୁ ୮୬ ଓ ସ୍ଥାନୀୟ ଅଞ୍ଚଳରୁ ୨୪୮ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

Image

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୭୯୭ରେ ପହଂଚିଛି । ଏଥିରୁ ୯୮୦୭୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୮୯୬ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୨୮୦୬ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି |

 

 

ସମ୍ବନ୍ଧିତ ଖବର