ଭୁବନେଶ୍ୱରରୁ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନା କଟକଣା କୋହଳ ହୋଇଥିବା ସହ ଭୁବନେଶ୍ୱରରେ ଏବେ କରୋନା ମିଟର ସ୍ଥିର ରହିଛି । ପ୍ରତିଦିନ ୧୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା ।

ଆଜି ଭୁବନେଶ୍ୱରରୁ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଆଜି ଭୁବନେଶ୍ୱରରୁ ୯୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

୧୩୩ ଜଣଙ୍କ ମଧ୍ୟରୁ ସଂଗରୋଧରୁ ୨୪ ଓ ସ୍ଥାନୀୟ ଅଞ୍ଚଳରୁ ୪୭ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୬୮୯ ପହଞ୍ଚଛି । ଏଥିରୁ ୧୧୯୩୬୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୮୭ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୧୨୨୮ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି । ଏବେ ବି ଆମକୁ ସତର୍କ ରହିବା ସହିତ କରୋନା ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ ହେବ ବୋଲି କହିଛନ୍ତି ରାଜ୍ୟ ସରକାର।

ସମ୍ବନ୍ଧିତ ଖବର