କାମଚଳା ବାଚସ୍ପତି ଭାବେ ଶପଥ ଗ୍ରହଣ କଲେ ସାଂସଦ ଭର୍ତ୍ତୃହରି ମହତାବ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକ ଲୋକସଭା ନିର୍ବାଚନ ମଣ୍ଡଳୀରୁ ସାଂସଦ ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ଭାବେ ଶପଥ ପାଠ କରାଇଛନ୍ତି। ଶପଥ ପାଠ‌ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ। ଆଜି ନବ ନିର୍ବାଚିତ ସାଂସଦମାନେ ମଧ୍ୟ ଶପଥ ଗ୍ରହଣ କରିବେ। ଆଉ କିଛି ସମୟ ପରେ କାମଚଳା ବାଚସ୍ପତି ନବନିର୍ବାଚିତ ସାଂସଦମାନଙ୍କୁ ଶପଥ ପାଠ କରାଇବେ।

ଶ୍ରୀ ମହତାବ ଲୋକସଭାକୁ ଲଗାତାର ୭ ଥର ନିର୍ବାଚିତ ହୋଇଛନ୍ତି। ଗତ ସାଧାରଣ ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟି(ଭାଜପା) ଟିକେଟରେ ଲୋକସଭାକୁ  ବିଜୟୀ ହୋଇଛନ୍ତି। ନିର୍ବାଚନ ପୂର୍ବରୁ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିଲେ। ଭର୍ତ୍ତୃହରି ୧୯୯୮ ମସିହା ଭାରତୀୟ ସାଧାରଣ ନିର୍ବାଚନରେ କଟକ ଲୋକସଭା ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ ଏବଂ ବିଜୟୀ ହୋଇ ୧୩ଶ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ସେ ଲଗାତାର ଭାବରେ ଏହି ନିର୍ବାଚନ ମଣ୍ଡଳୀରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ।

୨୦୧୭ ମସିହାରେ ଶ୍ରୀ ମହତାବଙ୍କୁ ଭାରତର ସଂସଦରେ ପୁରସ୍କୃତ କରାଯାଇଥିଲା। ତାଙ୍କ ବକୃତାରେ ଉତ୍ତମ ପ୍ରଦର୍ଶନ ପାଇଁ ତାଙ୍କ ୨୦୧୭ ଓ ୨୦୧୮ ମସିହାରେ ସଂସଦ ରତ୍ନ ପୁରସ୍କାର ପ୍ରଦାନ କରାଯାଇଥିଲା।

ସମ୍ବନ୍ଧିତ ଖବର