Bus accident: ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ, ଜଣେ ମୃତ

Advertisment

ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ବାହାନଗା ଛକ ନିକଟରେ ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି।ସୂଚନା ମୁତାବକ ଆଜି ସକାଳ ୫.୧୫ ମିନିଟ ସମୟରେ କଲିକତାରୁ ପୁରୀ ଅଭିମୁଖେ ଯାଉଥିବା ଶ୍ରୀ ଭେଙ୍କେଟଲକ୍ଷ୍ମୀ ନାମକ(ଏପି-୨୫ଡବ୍ଲୁ-୯୯୨୯) ଏକ ତୀର୍ଥଯାତ୍ରୀ ବସ ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢିଯାଇଥିଲା।

New Project - 2026-02-13T081503.026

ଖନ୍ତାପଡା: ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ବାହାନଗା ଛକ ନିକଟରେ ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି।ସୂଚନା ମୁତାବକ ଆଜି ସକାଳ ୫.୧୫ ମିନିଟ ସମୟରେ କଲିକତାରୁ ପୁରୀ ଅଭିମୁଖେ ଯାଉଥିବା ଶ୍ରୀ ଭେଙ୍କେଟଲକ୍ଷ୍ମୀ ନାମକ(ଏପି-୨୫ଡବ୍ଲୁ-୯୯୨୯) ଏକ ତୀର୍ଥଯାତ୍ରୀ ବସ ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢିଯାଇଥିଲା। ଫଳରେ ବସରେ ଥିବା ଡ୍ରାଇଭର ପୋଲକୁ ବାଡେଇହୋଇ ପୋଲ ତଳକୁ ଖସି ପଡ଼ିଥିବାବେଳେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡ଼ିଛି।

ତେବେ ବସରେ ୪୦ଯାତ୍ରୀ ନେଇ ଯାଉଥିବାବେଳେ ୧୦ରୁ ଅଧିକ ଗୁରୁତର ଥିବା ଜଣାପଡ଼ିଛି।ସେମାନଙ୍କୁ ଖନ୍ତାପଡ଼ା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ନିମନ୍ତେ ନିଆଯାଇଥିବା ଜଣା ପଡ଼ିଛି। ଘଟଣାସ୍ଥଳରେ ଖନ୍ତାପଡ଼ା ପୋଲିସ, ବାହାନଗା ଅଗ୍ନିଶମ ବିଭାଗ,ଜାତୀୟ ରାଜପଥ ପୋଲିସ ମିଳିତ ଭାବେ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ତଦନ୍ତ ଚଳାଇଛନ୍ତି।ଦୁର୍ଘଟଣାର କାରଣ ଜଣାପଡିନଥିବା ବେଳେ ମୃତକ ଡ୍ରାଇଭରଙ୍କ ପରିଚୟ ମିଳିପାରିନି। ଏମାନେ ସମସ୍ତେ ଜେନାଲୁରମ ଜିଲ୍ଲା ରୁ ଆସିଥିବା ଜଣା ପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe