ଲକ୍ଷ୍ମୀପୁର: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଥାନା ଡୁମୁରିପଦର୍ ବ୍ରିଜ ନିକଟରେ ଯାତ୍ରୀବାହୀ ବସ୍ ସହ ଏକ କାଠ ବୋଝେଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨୧ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ୧୦୮ ଆମ୍ବୁଲାନ୍ସ ଓ ଲକ୍ଷ୍ମୀ ବସ ଯୋଗେ ଲକ୍ଷ୍ମୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ବସଟି ରାୟଗଡ଼ାରୁ କୋରାପୁଟ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଜେକେ ପେପର ମିଲକୁ କାଠ ବୋଝେଇ ଟ୍ରକ ଆସୁଥିବା ବେଳେ ଦୁର୍ଘଟଣା ହୋଇଥିଲା। ଆହତ ୨୧ ଜଣ ଯାତ୍ରୀଙ୍କୁ ଲକ୍ଷ୍ମୀପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଟ୍ରକ ଚାଳକ ଚାପି ହୋଇ ରହିଥିବା ଯୋଗୁଁ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ଘଟଣା ସ୍ଥଳରେ ଲକ୍ଷ୍ମୀପୁର ଆଇଆଇସି ସୁଜ୍ଞାନୀ ସାହୁଙ୍କ ସହ ପୁଲିସ ଟିମ ଓ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ ଶେଷ କରିଛନ୍ତି।
ଯାତ୍ରୀବାହୀ ବସ୍ ସହ କାଠ ବୋଝେଇ ଟ୍ରକ୍ ମୁହାଁମୁହିଁ ଧକ୍କା: ୨୧ଯାତ୍ରୀ ଆହତ
କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଥାନା ଡୁମୁରିପଦର୍ ବ୍ରିଜ ନିକଟରେ ଯାତ୍ରୀବାହୀ ବସ୍ ସହ ଏକ କାଠ ବୋଝେଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨୧ ଯାତ୍ରୀ ଆହତ ହୋଇଛନ୍ତି।
/sambad/media/media_files/jkXiPaAVkhceboXEY26U.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)