କୋରାପୁଟ: କୋରାପୁଟ ସଦର ମହକୁମା ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ଅଭିଯୋଗ ଓ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲାପାଳ ଆଲୋମଣି ସେଠୀ ଏବଂ ଏସପି ରୋହିତ ବର୍ମା ଉପସ୍ଥିତ ରହି ସମୁଦାୟ ୨୫ଟି ଅଭିଯୋଗ ଶୁଣିଥିଲେ। ସେଥିମଧ୍ୟରୁ ୭ଟି ଗୋଷ୍ଠୀଗତ ଏବଂ ୧୮ଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ଜଣାପଡିଛି।

Advertisment

ଅନ୍ୟମାନଙ୍କ ମଧ୍ୟରେ କୋରାପୁଟ ବ୍ଲକ ଅଧ୍ୟକ୍ଷା ନମିତା ମାଝୀ, କୋରାପୁଟ ଉପ ଜିଲ୍ଲାପାଳ ତଥା ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ବରଦାକାନ୍ତ ମିଶ୍ର,ଅତିରିକ୍ତ ଏସପି ମନୋଜ କୁମାର ପୂଜାରୀ, କୋରାପୁଟ ବନଖଣ୍ଡ ଅଧିକାରୀ କେ ଭି ଭାସ୍କର ରାଓ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳୀ ପଟ୍ଟନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ସୁନୀଲ କୁମାର ତାଣ୍ଡି, ଅବକାରୀ ଅଧିକ୍ଷକ ଅରୁଣ କୁମାର ପାଢ଼ୀ, କୋରାପୁଟ ବିଡ଼ିଓ ଦେବାଶିଷ ଗୌଡ଼, କୋରାପୁଟ ତହସିଲଦାର ଶୟଦ ସବିର ସାହା, କୋରାପୁଟ ବନାଞ୍ଚଳ ଅଧିକାରୀ ଏସ.କେ.ପାହାଡ ସିଂ, ଜିଲ୍ଲା ପଂଚାୟତ ଅଧିକାରୀ ଯୁଗୋଳ କିଶୋର ନାୟକ,  ଓରମାସ ଉପ କାର୍ଯ୍ୟ ନିର୍ବାହୀ ଅଧିକାରୀ ରୋସନ କାର୍ତ୍ତିକଙ୍କ ସହ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।