ଭୁବନେଶ୍ବର: ରାଜ୍ୟ ରାଜଧାନୀରେ ବଢ଼ୁଛି କରୋନା ସଂକ୍ରମଣ। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆଜିପୁଣି ୧୪ଶହ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ଘଣ୍ଟାରେ ଭୁବନେଶ୍ବରରେ ୧୪୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ରାଜଧାନୀବାସୀଙ୍କ ଚିନ୍ତା ବଢ଼ାଇଛି। ଆଜି ଗତ ୨୪ ଘଣ୍ଟା ମଧ୍ୟରେ ୧୪୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୯୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last 24hrs under the BMC area on
20th January (till 9.00 am) pic.twitter.com/PRiKlfblBa— BMC (@bmcbbsr) January 20, 2022
ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୫୩ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪୪୫ ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୩୯୨୧୦ଜଣ ଚିହ୍ନଟ ହୋଇଥିବା ବେଳେ ୧୨୬୪୦୪ ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୧୦୬୭୬ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୧୦୯ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।