ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରାଜଧାନୀ ଭୁବନେଶ୍ବରୁ ୧୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।
ଆଜି ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୯୧୩ରେ ପହଞ୍ଚିଛି। ସେହିପରି ଏଯାବତ ୧୦୩୮୯୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୦୦୪ଜଣଙ୍କ ଏଥିରେ ମୃତ୍ୟୁ ହୋଇଛି। ଏବେ ବି ରାଜଧାନୀରେ ୨୯୯୭ଟି କରୋନା ସକ୍ରିୟ ମାମଲା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୧୪୩ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସ୍ଥାନୀୟ ଅଞ୍ଚଳରୁ ୧୦୩ଜଣ ରହିଥିବା ବେଳେ କ୍ବାରେଣ୍ଟାଇନରୁ ୪୦ଜଣ ରହିଛନ୍ତି।
Follow Us