ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/08/04/2025-08-04t120741118z-fd75aef0-5715-43e4-8a08-d66a4506bc64-removebg-preview-2025-08-04-17-37-41.png)
/sambad/media/media_files/2025/04/11/sMRVb2qmXC3sTDvYETrR.jpg)