ସାଲେପୁର: କଟକ ସାଲେପୁରରେ ଅପମିଶ୍ରିତ ଦୁଗ୍ଧ ଫ୍ୟାକ୍ଟ୍ରି ଉପରେ ଫୁଡ ଡିପାର୍ଟମେଣ୍ଟ ଏବଂ କମିଶନରେଟ ପୁଲିସ ମିଳିତ ଚଢାଉ କରିଛି | କଟକ ଜଗତପୁର ଥାନାର ଅତୋଡା ନିକଟ ମହାନଦୀ ପଠା ଜଙ୍ଗଲ ଭିତରେ ଚାଲିଥିବା ରୋହିଣୀ ନାମକ ଦୁଗ୍ଧ କମ୍ପାନୀ ଉପରେ ଏହି ଚଢ଼ାଉ ହୋଇଥିଲା |
ଚଢ଼ାଉ ବେଳେ ଖାଇବା ଶୋଡ଼ା, କେମିକାଲ, ଦୂଷିତ ଜଳ ଏବଂ ଲୁଣ ମିଶାଯାଇ ପ୍ରସ୍ତୁତ ହେଉଥିଲା ଏହି କ୍ଷୀର ପ୍ୟାକେଟ | କେବଳ କ୍ଷୀର ନୁହେଁ ଦହି ଏବଂ ଲସି ମଧ୍ୟ ଏଠାରେ ପ୍ରସ୍ତୁତ କରାଯାଇ କଟକ, କେନ୍ଦ୍ରାପଡା, ଯାଜପୁର, ପୁରୀ ସହ ବିଭିନ୍ନ ଜିଲ୍ଲାକୁ ଏହା ବିକ୍ରୟ ପାଇଁ ପଠାଯାଉଥିଲା |
ତେବେ ଏନେଇ ପୁଲିସ ଅଧିକ ତଦନ୍ତ ଚଳାଇଛି ଏବଂ ଏହି ପ୍ରଡକ୍ଟ ଯେଉଁ ଯେଉଁ ଆଡ଼େ ବିକ୍ରି ହୋଇଛି ତାହା ଉପରେ ପୁଲିସ ଅନୁଧାନ କରୁଛି ବୋଲି କଟକ ଏସିସିପି ଅନିଲ କୁମାର ମିଶ୍ର ସୂଚନା ଦେଇଛନ୍ତି | ଅନ୍ୟପଟେ ଫୁଡ ଡିପାର୍ଟମେଣ୍ଟ ଉକ୍ତ ଦୁଗ୍ଧ ଫ୍ୟାକ୍ଟ୍ରି ରୁ ସମସ୍ତ ସାଂପୁଲ ସଂଗ୍ରହ କରିଥିବା ବେଳେ ଏହି ଫ୍ୟାକ୍ଟ୍ରିର ମାଲିକକୁ ଅଟକ ରଖି ପଚରାଉଚରା ଚଳାଇଛି |
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/08/04/2025-08-04t120741118z-fd75aef0-5715-43e4-8a08-d66a4506bc64-removebg-preview-2025-08-04-17-37-41.png)
/sambad/media/post_attachments/wp-content/uploads/2017/11/muther-dairy-milk.jpg)