ଭୁବନେଶ୍ୱର: ରାଜଧାନୀରେ ଫୁଟିଲା ଗୁଳି, ନିଶା ମାଫିଆ ଶେଖ ଜାମସେଦକୁ ଏନକାଉଣ୍ଟର। ଗୁରୁତର ଅବସ୍ଥାରେ ଏମ୍ସରେ ଅପରାଧୀକୁ ଭର୍ତ୍ତି କରାଯାଇଛି। ସ୍ପେଶାଲ କ୍ରାଇମ ୟୁନିଟ୍ ଅଫିସର ଅନୁପ କାନୁନଗୋ ଏହି ଏନକାଉଣ୍ଟର କରିଥିବା ବେଳେ ଅପରାଧି ଗୋଡ଼ରେ ଦୁଇଟି ଗୁଳି ବାଜିଛି। ଶେଖ ଜାମସେଦ ନିକଟରୁ ୨୦ଲକ୍ଷ ଟଙ୍କାର ବ୍ରାଉନସୁଗର ସହ ଗୋଟିଏ ମାଉଜର ଜବତ କରାଯାଇଛି।
/sambad/media/media_files/2025/04/11/JOUkT2uLQMq9cpQn5Ob0.jpg)
ଏହି ନିଶା ମାଫିଆ ନାଁରେ ପୂର୍ବରୁ ଲାଲ ବାଗ, ବାଲିଅନ୍ତା, ବଡ଼ଗଡ ଥାନାରେ ବିଭିନ୍ନ ମାମଲା ରହିଥିବା ବେଳେ କ୍ରାଇମବ୍ରାଞ୍ଚ ଏସଟିଏଫ ଦ୍ବାରା ଗିରଫ ମଧ୍ୟ ହୋଇଥିଲା। ବିଳମ୍ବିତ ପୋଖରୀପୁଟରୁ ଖଣ୍ଡଗିରିକୁ ଯାଉଥିବା ବେଳେ ପିଛା କରୁଥିଲା ସ୍ପେଶାଲ କ୍ରାଇମ ୟୁନିଟ୍। ନିଜକୁ ବଞ୍ଚାଇବାକୁ ଯାଇ ଶେଖ ଜାମସେଦ ପୋଲିସ ଉପରକୁ ଗୁଳି ଚଳାଇଥିଲା। ପୋଲିସର ପାଲଟା ଜବାବରେ ଅଭିଯୁକ୍ତର ଗୋଡ଼ରେ ଦୁଇଟି ଗୁଳି ବାଜିଛି। ଆହତ ଅବସ୍ଥାରେ ଏମ୍ସରେ ଭର୍ତ୍ତି ହୋଇଛି ଅଭିଯୁକ୍ତ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/08/04/2025-08-04t120741118z-fd75aef0-5715-43e4-8a08-d66a4506bc64-removebg-preview-2025-08-04-17-37-41.png)
/sambad/media/post_attachments/wp-content/uploads/2018/01/Police-Encounter-in-BBSR-Dreaded-Criminal-Rabi-Rao-Injured-SAMAYA.jpg)