ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫନି’ ଶୁକ୍ରବାର ପୂର୍ବାହ୍ଣରେ ପୁରୀ ନିକଟରେ ଲ୍ୟାଣ୍ଡଫଲ କରିବ। ରିପୋର୍ଟ ଲେଖାଯିବା ବେଳକୁ ଫନି ପୁରୀ ଠାରୁ ୨୭୫ କିଲୋମିଟର ଦୂରରେ ଅଛି ଏବଂ ବର୍ତ୍ତମାନ ଏହା ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ସ୍ଥଳଭାଗ ଆଡକୁ ମାଡ଼ି ଆସୁଛି।
ଝଡ଼ ‘ଫନି’ ମେ’ ମାସ ୩ ତାରିଖ ପୂର୍ବାହ୍ନ ୮ ରୁ ୧୦ ଟା ମଧ୍ୟରେ ସ୍ଥଳ ଭାଗକୁ ଛୁଇଁବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୭୦ ରୁ ୧୮୦ କିଲୋମିଟର ରହିପାରେ। ତେଣୁ ବିପଦ ଥିବାରୁ ଘରୁ ଲୋକେ ନ ବାହାରିବା ପାଇଁ ସରାକାର ସାଧାରଣ ଜନତାଙ୍କୁ ନିବେଦନ କରିଛନ୍ତି। ଏହି ସମୟରେ ଦୋକାନ, ବଜାର, ଅଫିସ୍, ଗାଡ଼ି ମଟର ଚଳାଚଳ ସବୁ ରଖାଯିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ବାତ୍ୟା ଅତିକ୍ରମ ନ କରିବା ପର୍ଯ୍ୟନ୍ତ ସମସ୍ତେ ଘର ଭିତରେ ନିରାପଦରେ ରହିବାକୁ ପରାମର୍ଶ ଦିଆଯାଇଛି।
Follow Us