ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଅଞ୍ଚଳରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟି ୩ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବାର ସୂଚନା ମିଳିଛି।
ସୂଚନା ଅନୁଯାୟୀ, ସତ୍ୟବାଦୀ ବ୍ଲକ ଆଳିଶ ଗାଁରେ ଏହି ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଠାରେ ବିଳମ୍ବିତ ରାତିରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ଏଥିରେ ୨୫ ବଖରାରୁ ଅଧିକ ଘର ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଏଥିସହ ନିଆଁରେ ୩ଟି ଗାଈ ଗୋରୁ ଜୀବନ ଦଗ୍ଧ ହୋଇଯାଇଥିବା ବେଳେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି।