ନିରଞ୍ଜନଙ୍କୁ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ବର : ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ପରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ବିଭାଗ ଦାୟିତ୍ବ ମିଳିଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଅନୁମୋଦନ ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରଞ୍ଜନଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦେଇଛନ୍ତି। ପୂର୍ବରୁ ନିରଞ୍ଜନ ଅର୍ଥ, ସଂସଦୀୟ ବ୍ୟାପାର ବିଭାଗ ଦାୟିତ୍ବରେ ଥିଲେ। ଆଜିର ନୂଆ ବିଭାଗକୁ ମିଶାଇ ଏବେ ନିରଞ୍ଜନ ତିନିଟି ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରିବେ।

ସମ୍ବନ୍ଧିତ ଖବର