ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷିବ: ପାଣିପାଗ ବିଭାଗ

ଉତ୍ତର ଓଡିଶା ଓ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ବଙ୍ଗୋପସାଗର ନିକଟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି ଆଗାମୀ କିଛି ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜି ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାମାନଙ୍କରେ ବର୍ଷାର ପ୍ରଭାବ ଅପରାହ୍ନ

Rain

ଭୁବନେଶ୍ୱର: ଉତ୍ତର ଓଡିଶା ଓ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ବଙ୍ଗୋପସାଗର ନିକଟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି ଆଗାମୀ କିଛି ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜି ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାମାନଙ୍କରେ ବର୍ଷାର ପ୍ରଭାବ ଅପରାହ୍ନ ପରଠାରୁ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଉଲ୍ଲେଖ ଥାଉ କି ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି।

ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ଯାଜପୁରଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ଅନ୍ୟ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ପ୍ରଭାବ ଲାଗିରହିବ। ଉତ୍ତର-ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଉଲ୍ଲେଖ ଥାଉ କି ଗତକାଲି ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ଭାରି (୭ରୁ ୨୦ସେମି ) ବର୍ଷା, ଦୁଇଟି ସ୍ଥାନରେ ଅତ୍ୟାନ୍ତ ଭାରି (୨୦ରୁ ୩୦ ସେମି) ଏବଂ ଗୋଟିଏ ସ୍ଥାନରେ ଅତ୍ୟଧିକ ଭାରି (୩୦ ସେମିରୁ ଅଧିକ) ବର୍ଷା ରେକର୍ଡ କରାଯାଇଛି। ଅନୁଗୁଳ, ବାଲେଶ୍ବର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ସୁନ୍ଦରଗଡ଼ ଓ ସୁବର୍ଣ୍ଣପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe