୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, କନ୍ଧମାଳ, ନବରଙ୍ଗପୁର. ନୂଆପଡ଼ା, ବଲାଙ୍ଗୀର ଓ ଗଜପତି ଆଦି ଜିଲ୍ଲାର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

ଏଥିସହିତ  ଅଗଷ୍ଟ ୩୦ରୁ ୩୧ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ତାଳଚେରରେ ସର୍ବାଧିକ ୩୩.୬ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୨ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ଏଥିସହିତ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୩ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର