ଆଗାମୀ ୫ଦିନ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ କଲା ପାଣିପାଗ ବିଭାଗ

Advertisment
ଆଗାମୀ ୫ଦିନ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଟକ ଓ ‌ଖୋର୍ଧା ରହିଛି।

ସେହିପରି ୧୨ରୁ ୧୩ ତାରିଖ ମଧ୍ୟରେ ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ାା, ଢ଼େଙ୍କାନାଳ, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଓରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଗଞ୍ଜାମ, ବାଲେଶ୍ବର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା  ସମ୍ଭାବନାକୁ  ଦେଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ୧୩ରୁ ୧୫ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ରାଜ୍ୟର ସୁନ୍ଦରଗଡ଼ରେ ସର୍ବାଧିକ ୩୫.୫ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀ‌ରେ ୧୮.୦ ଡିଗ୍ରି ସେଲସିୟସ  ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe