ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ମଙ୍ଗଳବାରଠାରୁ ୨୬% ବୃଦ୍ଧି ପାଇ ପ୍ରାୟ ୧୬ ହଜାର ଟପିଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୦୪୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୪ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୦୪୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୧,୯୦,୬୯୭ରେ ପହଞ୍ଚିଛି।
Image Courtesy of One Indiaଗତ ୨୪ ଘଣ୍ଟାରେ ହୋଇଥିବା ୫୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୮୨୬ରେ ପହଞ୍ଚିଛ। ଆଜିର ମୃତ୍ୟୁହାର ହେଉଛି ୧.୧୯%
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୫୩୯ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୫,୩୫,୬୧୦। ଆଜି ସୁସ୍ଥତା ହାର ରହିଛି ୯୮.୫୨% ।
ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୮,୨୬୧ ଥିବା ରେକର୍ଡ କରାଯାଇଛି। ସକ୍ରିୟ ଆକ୍ରାନ୍ତ ହାର ହେଉଛି ଦେଶରେ ସମୁଦାୟ ସଂକ୍ରମିତଙ୍କ ୦.୨୯%।
Image Courtesy of Mintସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୭,୦୩,୭୧,୨୦୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୮୮,୭୭,୦୯୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୨୫,୦୮୧ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/Corona-in-India-on-10th-August_Thumbnail.jpg)