ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ମଙ୍ଗଳବାରଠାରୁ ୨୬% ବୃଦ୍ଧି ପାଇ ପ୍ରାୟ ୧୬ ହଜାର ଟପିଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୦୪୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୪ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୦୪୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୧,୯୦,୬୯୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୫୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୮୨୬ରେ ପହଞ୍ଚିଛ। ଆଜିର ମୃତ୍ୟୁହାର ହେଉଛି ୧.୧୯%
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୫୩୯ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୫,୩୫,୬୧୦। ଆଜି ସୁସ୍ଥତା ହାର ରହିଛି ୯୮.୫୨% ।
ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୮,୨୬୧ ଥିବା ରେକର୍ଡ କରାଯାଇଛି। ସକ୍ରିୟ ଆକ୍ରାନ୍ତ ହାର ହେଉଛି ଦେଶରେ ସମୁଦାୟ ସଂକ୍ରମିତଙ୍କ ୦.୨୯%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୭,୦୩,୭୧,୨୦୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୮୮,୭୭,୦୯୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୨୫,୦୮୧ଟି ନମୁନା।