ଆସନ୍ତା ୪ରେ ପୁରୀରେ ସମରାଭ୍ୟାସ ଆୟୋଜନ କରିବ ଭାରତୀୟ ନୌସେନା

Advertisment

ଚଳିତ ବର୍ଷ ନୌସେନା ଦିବସ ଉପଲକ୍ଷେ ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀର ବ୍ଲୁ ଫ୍ଲାଗ୍‌ ବେଳାଭୂମିରେ ଭାରତୀୟ ନୌସେନାର ସମରାଭ୍ୟାସ ଅନୁଷ୍ଠିତ ହେବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଚଳିତ ବର୍ଷ ନୌସେନା ଦିବସ ଉପଲକ୍ଷେ ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀର ବ୍ଲୁ ଫ୍ଲାଗ୍‌ ବେଳାଭୂମିରେ ଭାରତୀୟ ନୌସେନାର ସମରାଭ୍ୟାସ ଅନୁଷ୍ଠିତ ହେବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

navy

ପୁରୀ: ଚଳିତ ବର୍ଷ ନୌସେନା ଦିବସ ଉପଲକ୍ଷେ ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀର ବ୍ଲୁ ଫ୍ଲାଗ୍‌ ବେଳାଭୂମିରେ ଭାରତୀୟ ନୌସେନାର ସମରାଭ୍ୟାସ ଅନୁଷ୍ଠିତ ହେବ । ଏହି ‘ଅପରେସନ ଡେମୋନଷ୍ଟ୍ରେସନ୍‌’ ବା ପରିଚାଳନାଗତ ପ୍ରଦର୍ଶନରେ ନୌସେନା ନିଜର ଅଜେୟ ସାମୁଦ୍ରିକ କ୍ଷମତା ଓ ଶକ୍ତି ପ୍ରଦର୍ଶନ କରିବା ଲାଗି ପ୍ରସ୍ତୁତି କରିଛି । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଏହି କାର୍ଯ୍ୟକ୍ରମ ନୌସେନାର ବହୁମୁଖୀ କ୍ଷମତାକୁ ପ୍ରଦର୍ଶିତ କରିବ, ନାଗରିକଙ୍କ ମଧ୍ୟରେ ସମୁଦ୍ରକୁ ନେଇ ସଚେତନତା ବୃଦ୍ଧି କରିବ ଏବଂ ଭାରତର ସମୃଦ୍ଧ ସାମୁଦ୍ରିକ ଐତିହ୍ୟକୁ ସମ୍ମାନ ପ୍ରଦର୍ଶନ କରିବାରେ ସହାୟକ ହେବ। ପ୍ରାଚୀନ ବ୍ଲୁ ଫ୍ଲାଗ୍‌ ବେଳାଭୂମିର ପରିଦୃଶ୍ୟରେ ଆୟୋଜିତ ହେବାକୁ ଥିବା ପରିଚାଳନାଗତ ପ୍ରଦର୍ଶନ ଭାରତୀୟ ନୌସେନା ଏବଂ ଓଡ଼ିଶା ରାଜ୍ୟର ସାମୁଦ୍ରିକ ଐତିହ୍ୟ ମଧ୍ୟରେ ସମ୍ପର୍କର ପ୍ରତୀକ।

ଭାରତୀୟ ନୌସେନା ଏହି ଆୟୋଜନକୁ ସୁଚାରୁ ରୂପେ ପରିଚାଳନା କରିବା ଲାଗି ଓଡ଼ିଶା ରାଜ୍ୟ ସରକାର ଏବଂ ସ୍ଥାନୀୟ ଅଧିକାରୀଙ୍କ ସହ ମିଶି କାମ କରୁଛି। ଏହି ଆୟୋଜନରେ ସ୍ଥାନୀୟ ଦର୍ଶକ ଓ ପର୍ଯ୍ୟଟକଙ୍କ ପାଇଁ ବସିବାର ବ୍ୟବସ୍ଥା କରାଯିବ, ଯାହାଦ୍ୱାରା ସମସ୍ତଙ୍କୁ ସମୁଦ୍ର ଉପକୂଳରୁ ପ୍ରତ୍ୟକ୍ଷ ଭାବେ ନୌସେନାର ସାମର୍ଥ୍ୟ ପ୍ରଦର୍ଶନ ଦେଖିବାର ସୁଯୋଗ ମିଳିବ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe