ଭୁବନେଶ୍ୱର : ୨୦୧୯ ସାଧାରଣ ନିର୍ବାଚନ ପାଇଁ ସିପିଆଇଏମ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୪୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ଏହି ତାଲିକାରେ ଭୁବନେଶ୍ୱର ଲୋକସଭା ଆସନ ପାଇଁ ଜନାର୍ଦ୍ଦନ ପତିଙ୍କୁ ନିଜର ପ୍ରାର୍ଥୀ ଘୋଷଣା କରିଛି ସିପିଆଇଏମ । ଦେଶର ୧୧ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୪୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପ୍ରଥମ ଦଫାରେ କେରଳରୁ ସର୍ବାଧିକ ୧୬ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଦଳ ।
Sambad is now on WhatsApp
Join and get latest news updates delivered to you via WhatsApp
First List of Seats to be Contested by the CPI(M) in the 2019 Lok Sabha Elections pic.twitter.com/2Jx0Ay27pJ
— CPI (M) (@cpimspeak) March 16, 2019
ତେବେ ବିଜେପି, ବିଜେଡି ଓ କଂଗ୍ରେସ ପକ୍ଷରୁ କେବେ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ ତାହା ଉପରେ ସମସ୍ତଙ୍କର ନଜର ରହିଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମାର୍ଚ୍ଚ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବା ବେଳେ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ମାର୍ଚ୍ଚ ୨୫ ରହିଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୧୧ରେ ଅନୁଷ୍ଠିତ ହେବ । ଯେଉଁଥିରେ ରାଜ୍ୟର ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନ ପାଇଁ ଭୋଟଦାନ ହେବ ।