ମନ୍ଦିର ହୁଣ୍ଡି ନେଇଗଲେ ଲୁଟେରା

Advertisment

ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଳକ ଶ୍ରଦ୍ଧା କ୍ଷେତ୍ର ଜଗନ୍ନାଥ ମନ୍ଦିରରୁ ଲୁଟ୍। ବିଳମ୍ବିତ ରାତ୍ରିରେ ଦୁର୍ବୁତ୍ତମାନେ ମନ୍ଦିରର ମୁଖ୍ୟଗେଟର ତାଲା ଭାଙ୍ଗି ହୁଣ୍ଡିବାକ୍ସ ଓ ଅନ୍ୟାନ୍ୟ ସାମଗ୍ରୀ ଲୁଟ କରିନେଇଛନ୍ତି ।

ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଳକ ଶ୍ରଦ୍ଧା କ୍ଷେତ୍ର ଜଗନ୍ନାଥ ମନ୍ଦିରରୁ ଲୁଟ୍। ବିଳମ୍ବିତ ରାତ୍ରିରେ ଦୁର୍ବୁତ୍ତମାନେ ମନ୍ଦିରର ମୁଖ୍ୟଗେଟର ତାଲା ଭାଙ୍ଗି ହୁଣ୍ଡିବାକ୍ସ ଓ ଅନ୍ୟାନ୍ୟ ସାମଗ୍ରୀ ଲୁଟ କରିନେଇଛନ୍ତି ।

loot

ବସ୍ତା: ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଳକ ଶ୍ରଦ୍ଧା କ୍ଷେତ୍ର ଜଗନ୍ନାଥ ମନ୍ଦିରରୁ ଲୁଟ୍। ବିଳମ୍ବିତ ରାତ୍ରିରେ ଦୁର୍ବୁତ୍ତମାନେ ମନ୍ଦିରର ମୁଖ୍ୟଗେଟର ତାଲା ଭାଙ୍ଗି ହୁଣ୍ଡିବାକ୍ସ ଓ ଅନ୍ୟାନ୍ୟ ସାମଗ୍ରୀ ଲୁଟ କରିନେଇଛନ୍ତି । ସୂଚନା ଅନୁଯାୟୀ ଗତକାଲି ମନ୍ଦିରର ପୂଜକ ପୁଜାର୍ଚନା ସାରି ମନ୍ଦିରର ମୁଖ୍ୟ ଫାଟକରେ ତାଲା ପକାଇ ଘରକୁ ଯାଇଥିଲେ କିନ୍ତୁ ଆଜି ସକାଳୁ ମନ୍ଦିରକୁ ପୂଜାର୍ଚ୍ଚନା କରିବା ପାଇଁ ଆସିଲାବେଳକୁ ମନ୍ଦିରର ମୁଖ୍ୟ ଫାଟକର ତାଲାକୁ କାଟି ଭିତରକୁ ଦୁର୍ବୃତ୍ତମାନେ ପଶି ହୁଣ୍ଡି ବାକ୍ସକୁ ଭାଙ୍ଗି ଲୁଟ କରିଥିବାର ଦେଖିଥିଲେ।

ଏନେଇ ବାଲିଆପାଳ ପୋଲିସକୁ ଖବର ଦେବା ପରେ ଘଟଣାସ୍ଥଳରେ ବାଲିଆପାଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଦିନକୁ ଦିନ ଏଭଳି ବାଲିଆପାଳ ବ୍ଳକ୍ ରେ ମନ୍ଦିର ଚୋରି ହେଉଥିବାରୁ ପୋଲିସର ପାରିବାପଣିଆକୁ ନେଇ ଲୋକେ ଆଙ୍ଗୁଠି ଉଠେଇଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe