ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ସମ୍ବଲପୁର, କେନ୍ଦୁଝର , ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ୬ଟି ଲୋକସଭା ଆସନ ସହ ୪୨ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୬୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ବିଧାନସଭା ଆସନ ପାଇଁ ୩୫୬ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ତେବେ ନିର୍ବାଚନ ଉପରେ ନଜର ରଖୁଥିବା ସଂସ୍ଥା ଆସୋସିଏସନ ଫର ଡେମୋକ୍ରାଟିକ ରିଫର୍ମ (ଏଡିଆର) ଏବଂ ନ୍ୟାସନାଲ ଇଲେକ୍ସନ ଓ୍ଵାଚ୍ ୩ୟ ପର୍ଯ୍ୟାୟ ନିର୍ବାଚନରେ ଛିଡ଼ା ହୋଇଥିବା ପ୍ରାର୍ଥୀମାନଙ୍କ ସଂପର୍କରେ ଏକ ରିପୋର୍ଟ ପ୍ରକାଶ କରିଛି। ଏହି ରିପୋର୍ଟରେ ପ୍ରାର୍ଥୀମାନଙ୍କ ଅପରାଧିକ, ଆର୍ଥିକ, ଶିକ୍ଷାଗତ ଆଦି ପୃଷ୍ଠଭୂମି ଉପରେ ବିଶ୍ଳେଷଣ କରାଯାଇଛି।
ପ୍ରକାଶ ପାଇଥିବା ଏଡିଆର ରିପୋର୍ଟରେ ଉଲ୍ଲେଖ ରହିଛି, ତୃତୀୟ ପର୍ଯ୍ୟାୟ ପାଇଁ ର୍ନିବାଚନ ଲଢୁଥିବା ଓଡିଶାର ୪୨ ବିଧାନସଭାର ୩୫୪ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ୧୧୯ ଜଣ ଦାଗୀ। ତେବେ ଅପରାଧ କ୍ଷେତ୍ରରେ ସବୁଠାରୁ ଆଗରେ ରହିଛି ବିଜେପି। ଏହାର ଅଧା ପ୍ରାର୍ଥୀଙ୍କ ନାଁରେ ରହିଛି ଅପରାଧିକ ମାମଲା। ଏହି ଦଳର ୪୨ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୩୦ ଜଣ ଅର୍ଥାତ ୭୧%ଙ୍କ ନାଁରେ ରହିଛି ଅଧିକ ଅପରାଧିକ ମାମଲା। ସେହିଭଳି ବିଜେଡିର ୪୨ ଜଣ ପ୍ରାର୍ଥୀରୁ ୨୦ ଜଣ ଅର୍ଥାତ ୪୮% ଙ୍କ ବିରୋଧରେ ଅପରାଧିକ ମାମଲା ରହିଥିବା ବେଳେ କଂଗ୍ରେସର ୪୧ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧୯ ଜଣ ଅର୍ଥାତ ୪୬%ଙ୍କ ନାଁରେ ରହିଛି ଅପରାଧିକ ମାମଲା। ଅନ୍ୟପକ୍ଷରେ ତୃତୀୟ ପର୍ଯ୍ୟାୟରେ ୨୭ ପ୍ରତିଶତ ପ୍ରାର୍ଥୀ କୋଟପତି। ଲୋକସଭାରେ ପିନାକୀ ମିଶ୍ର ସବୁଠୁ ଧନୀ ପ୍ରାର୍ଥୀ ହୋଇଥିବା ବେଳେ ବିଧାନସଭାରେ ବବି ମହାନ୍ତି ସବୁଠାରୁ ଧନୀ ପ୍ରାର୍ଥୀ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/04/odisha-660_041019093420-2.jpg)