ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ପାଇଁ ଆସିଲା କାର୍ଯ୍ୟସୂଚୀ | ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡିଛି | ଫେବୃୟାରୀ ୧୯ରୁ ମାର୍ଚ୍ଚ ୨ ଯାଏଁ ମାଟ୍ରିକ ପରୀକ୍ଷା ହେବ ଓ ସକାଳ ୯ଟାରୁ ଦିନ ୧୧ଟା ୩୦ ଯାଏଁ ପରୀକ୍ଷା ଚାଲିବ |
ମିଳିଥିବା ସୂଚନା ମୁତାବକ ସବୁ ବିଷୟ ପାଇଁ ଅଢେଇ ଘଣ୍ଟା ସମୟ ମିଳିବାକୁ ଥିବାବେଳେ ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଅଧିକ ୧୫ ମିନିଟ୍ ସମୟ | ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଫେବ୍ରୁଆରୀ ୧୯ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ | ସେହିପରି ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ/ ହିନ୍ଦୀ, ୨୫ରେ ଛାତ୍ରଛାତ୍ରୀ ବିଜ୍ଞାନ ପରୀକ୍ଷା ଦେବେ | ସେହିପରି ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ହେବ |
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/08/04/2025-08-04t120741118z-fd75aef0-5715-43e4-8a08-d66a4506bc64-removebg-preview-2025-08-04-17-37-41.png)
/sambad/media/media_files/2025/12/05/new-project-1-2025-12-05-12-07-12.jpg)