୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୮୬ଜଣ କରୋନା ପଜିଟିଭ ଚିହ୍ନଟ

ଭୁବ‌ନେଶ୍ବର: ଆଜି ରାଜ୍ୟରୁ ୮୬ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛି । ଏମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୫୦ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୬ଜଣ କରୋନା ଆକ୍ରାନ୍ତ ରହିଛନ୍ତି।

ଅନୁଗୁଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ବାଲେଶ୍ବରରୁ ୭ଜଣ, ବରଗଡ଼ରୁ ଜଣେ, ବଲାଙ୍ଗୀରରୁ ୩ଜଣ, କଟକରୁ ୯ଜଣ, ଦେବଗଡ଼ରୁ ୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

5 more test COVID-19 positive in Himachal Pradesh, total cases rise to 86- The New Indian Express

ସେହିପରି ଯାଜପୁରରୁ ୪ଜଣ, ଝାରସୁଗୁଡ଼ାରୁ ୭ଜଣ, କେନ୍ଦୁଝରରୁ ଜଣେ, ଖୋର୍ଧାରୁ ୫ଜଣ, ମୟୁରଭଞ୍ଜରୁ ୮ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୧୨ଜଣ,ସମ୍ବଲପୁରରୁ ୧୬ଜଣ, ସୁବର୍ଣ୍ଣପୁରରୁ ଜଣେ, ସୁନ୍ଦରଗଡ଼ରୁ ୬ଜଣ ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ୭୩୭ଟି କରୋନା ସକ୍ରିୟ ମାମଲା ରହିଛି।

ଏଯାବତ ରାଜ୍ୟରୁ ୩୩୭୨୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୪୫୭୧ଜଣ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି।

ସମ୍ବନ୍ଧିତ ଖବର