ରାଜଧାନୀରୁ ଚିହ୍ନଟ ହେଲେ ୧୮୪ଜଣ ଓ ସୁସ୍ଥ ହେଲେ ୧୮୨ ଜଣ କରୋନା ଆକ୍ରାନ୍ତ

ମୃତ୍ୟୁ ରୋକିବାରେ କୋଭିସିଲ୍ଡ, ଫାଇଜର ୯୦% ଫଳପ୍ରଦ

The Verge

ଭୁବନେଶ୍ବର:ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୫୦ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୩୪ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୧୫୨୦୩ଜଣ ଚିହ୍ନଟ ହୋଇଥିବା ବେଳେ ୧୧୦୫୦୭ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୩୬୩୬ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୩୯ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe