କଣ୍ଟାବାଞ୍ଜି: ବଙ୍ଗୋମୁଣ୍ଡା -ଖଡ଼ିଆଳ ୫୯ ନଂ ଜାତୀୟ ରାଜପଥର ଚୁଲିଫୁଙ୍କା ଛକ ଠାରେ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ଶବ ରଖି କ୍ଷତିପୂରଣ ଦାବିରେ ପରିବାର ଲୋକେ ରାସ୍ତା ଅବରୋଧ କରିଛନ୍ତି । ଦୁର୍ଘଟଣା ଘଟାଇଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଦାବି କରିବା ସହ ମୃତ ବ୍ୟକ୍ତିଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରାଯାଇଛି।
ଗତ ରାତିରେ ଡୁମେରପଡ଼ା ଗ୍ରାମର ବିଶମ୍ବର ଦୀପ ରାସ୍ତା ପାର୍ଶ୍ଵରେ ଅଟକିଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ବାଇକ ତାଙ୍କୁ ଧକ୍କା ଦେଇଥଲା । ବିଶମ୍ବରଙ୍କୁ ଗୁରୁତର ଅବସ୍ଥାରେ କଣ୍ଟାବାଞ୍ଜି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଉତ୍ତ୍ୟକ୍ତ ଲୋକେ ଶବ ରଖି ରାସ୍ତା ଅବରୋଧ କରିଛନ୍ତି । ଘଟଣା ସ୍ଥଳରେ ବଙ୍ଗୋମୁଣ୍ଡା ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

Follow Us