ଉତ୍ତମଙ୍କ ବିୟୋଗରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଅପୂରଣୀୟ କ୍ଷତି ହୋଇଛି: ରାଷ୍ଟ୍ରପତି

Advertisment

ରାଷ୍ଟ୍ରପତି ନିଜ ଶୋକବାର୍ତ୍ତାରେ କହିଛନ୍ତି ଯେ, 'ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଶ୍ରୀ ଉତ୍ତମ ମହାନ୍ତିଙ୍କ ବିୟୋଗ ସମ୍ବାଦ ଜାଣି ମୁଁ ମର୍ମାହତ । ଶ୍ରୀ ମହାନ୍ତି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇ ଅସଂଖ୍ୟ ଦର୍ଶକଙ୍କ ହୃଦୟ ଜୟ କରିଥିଲେ ।

ରାଷ୍ଟ୍ରପତି ନିଜ ଶୋକବାର୍ତ୍ତାରେ କହିଛନ୍ତି ଯେ, 'ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଶ୍ରୀ ଉତ୍ତମ ମହାନ୍ତିଙ୍କ ବିୟୋଗ ସମ୍ବାଦ ଜାଣି ମୁଁ ମର୍ମାହତ । ଶ୍ରୀ ମହାନ୍ତି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇ ଅସଂଖ୍ୟ ଦର୍ଶକଙ୍କ ହୃଦୟ ଜୟ କରିଥିଲେ ।

ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ଚିନ୍ତା ବ୍ୟକ୍ତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଦୀର୍ଘ ୪ ଦଶନ୍ଧିରୁ ଅଧିକ ସମୟ ଧରି ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କର ମନ ଜିଣିଥିବା ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ନାହାନ୍ତି। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ତେବେ ଉତ୍ତମ ମହାନ୍ତିଙ୍କ ଵିୟୋଗକୁ ନେଇ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ |

ରାଷ୍ଟ୍ରପତି ନିଜ ଶୋକବାର୍ତ୍ତାରେ କହିଛନ୍ତି ଯେ, 'ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଶ୍ରୀ ଉତ୍ତମ ମହାନ୍ତିଙ୍କ ବିୟୋଗ ସମ୍ବାଦ ଜାଣି ମୁଁ ମର୍ମାହତ । ଶ୍ରୀ ମହାନ୍ତି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇ ଅସଂଖ୍ୟ ଦର୍ଶକଙ୍କ ହୃଦୟ ଜୟ କରିଥିଲେ । ଓଡ଼ିଆ ଚଳଚ୍ଚିତ୍ର ବିକାଶ କ୍ଷେତ୍ରର ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ । ଜଣେ ମିଷ୍ଟଭାଷୀ ଓ ଅମାୟିକ ଭଦ୍ରବ୍ୟକ୍ତି ଭାବରେ ସେ ସମସ୍ତଙ୍କର ଶ୍ରଦ୍ଧାଭାଜନ ଥିଲେ । ତାଙ୍କ ବିୟୋଗରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଅପୂରଣୀୟ କ୍ଷତି ହୋଇଛି । ତାଙ୍କ ପରିବାରବର୍ଗ ଓ ପ୍ରଶଂସକମାନଙ୍କୁ ସମବେଦନା ଜଣାଉଛି' ।

 ସେହିପରି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶୋକବାର୍ତ୍ତାରେ କହିଛନ୍ତି ଯେ, 'ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ତଥା କିମ୍ବଦନ୍ତୀ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। କଳା ଜଗତରେ ଏହା ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଅନେକ ଚଳଚ୍ଚିତ୍ରରେ ସେ ଛାଡ଼ି ଯାଇଥିବା ଛାପ ଲୋକଙ୍କ ହୃଦୟରେ ତାଙ୍କୁ ଚିର ଅମର କରି ରଖିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି'।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe